୨୦୨୦ ମାର୍ଚ ପରଠାରୁ ସର୍ବନିମ୍ନ: ଆଜି ଦେଶରେ ନୂଆ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୮୦

୨୦୨୦ ମାର୍ଚ ପରଠାରୁ ସର୍ବନିମ୍ନ: ଆଜି ଦେଶରେ ନୂଆ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୮୦

Image Courtesy of Mint

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୮୦ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇ ୧,୮୪୮ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। ୨୦୨୦ ମାର୍ଚ ପରଠାରୁ ଆଜି ହେଉଛି ଦେଶରେ ରେକର୍ଡ କରାଯାଉଥିବା ନୂତନ ସଂକ୍ରମଣ ସଂଖ୍ୟା ସର୍ବନିମ୍ନ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୨,୭୧୯ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ଗୋଟିଏ ମୃତ୍ୟୁ ରେକର୍ଡ କରାଯିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୪୦ରେ ଅପରିବର୍ତ୍ତିତ ରହିଛି।

publive-image Image Courtesy of Mint

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୦,୧୩୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୪୫,୮୭,୧୪୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୭୧,୩୯୯ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe