୨୪ ଘଣ୍ଟାରେ ଦେଶରେ ୮,୦୧୩ କୋଭିଡ୍‌-୧୯ ଆକ୍ରାନ୍ତ; ୧୧୯ ଜଣ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୧୦ ହଜାରର ଯଥେଷ୍ଟ ତଳକୁ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୦୧୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୧୯ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୨୪,୧୩୦ରେ ପହଞ୍ଚିଛି।

Image Courtesy of Reading Sexy

ଗତ ୨୪ ଘଣ୍ଟାରେ ହୋଇଥିବା ୧୧୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୩,୮୪୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬,୭୬୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୩,୦୭,୬୮୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୦୨,୬୦୧।

Image Courtesy of One India

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୭୭,୫୦,୮୬,୩୩୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୬,୭୪,୮୧,୩୪୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୭,୨୩,୮୨୮ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧.୧୧%।

ସମ୍ବନ୍ଧିତ ଖବର