୯୦୦ ତଳେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ୧୪୦୦୦ ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Advertisment
୯୦୦ ତଳେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ୧୪୦୦୦ ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୯୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୧୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮୧୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୨,୯୫୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୯ଜଣଙ୍କ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୧୧ରେ ପହଞ୍ଚିଛି।

publive-image Image Courtesy of Times of India

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୧୮,୮୮୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୫୫୯ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୩%।

publive-image Image Courtesy of Mint

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୭୫,୨୨,୪୩୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୨୯,,୦୯୭ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe