ନୂଆଦିଲ୍ଲୀ: ୧୯୭ ଦିନ ପରେ ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ଆଜି ସର୍ବନିମ୍ନ ହୋଇଥିବା ରେକର୍ଡ କରାଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୩୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮୩୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୪୫,୭୬୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ଜଣକ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୯୮୧ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2022/10/cvii-21-1024x600.jpg)
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୯୫,୧୮୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୭% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୬୦୭ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୫%।
/sambad/media/post_attachments/wp-content/uploads/2022/10/cvi-20.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୫୭,୬୨,୨୩୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୨୩,୧୦୪ଟି ନମୁନା।