ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇ ୮,୩୨୯ ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୩୨୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୦ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮,୩୨୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୧୩,୪୩୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୭୫୭ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2022/06/cvii-9.jpg)
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪୨୧୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୪୮,୩୦୮।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୦୩୭୦।
/sambad/media/post_attachments/wp-content/uploads/2022/06/cvi-9.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୪,୯୨,୭୧,୧୧୧ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୪୫,୪୩,୨୮୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୪୪,୯୯୪ଟି ନମୁନା।