୨୪ ଘଣ୍ଟାରେ ଦେଶରେ ୮୩,୮୭୬ କୋଭିଡ୍‌-୧୯ ଆକ୍ରାନ୍ତ; ୮୯୫ ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୮୩,୮୭୬ କୋଭିଡ୍‌-୧୯ ଆକ୍ରାନ୍ତ; ୮୯୫ ଜଣ ମୃତ

Image Courtesy of India Today

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୧ ଲକ୍ଷ ତଳକୁ ଖସିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୩,୮୭୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୯୫ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୨,୭୨,୦୧୪ରେ ପହଞ୍ଚିଛି। ଗତକାଲି ଠାରୁ ସଂକ୍ରମଣ ସଂଖ୍ୟା ୨୨.୦% କମ୍‌ ରହିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୮୯୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୦୨,୮୭୪ରେ ପହଞ୍ଚିଛି।

publive-image Image Courtesy of Daily Excelsior

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୯୯,୦୫୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୦୬,୬୦,୧୪୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧,୦୮,୯୩୮।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୬୯,୬୩,୮୦,୭୫୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୪,୧୫,୬୧,୫୮୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୧,୫୬,୩୬୩ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୭.୨୫%।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe