୨୪ ଘଣ୍ଟାରେ ଭାରତରେ ୮,୫୦୩ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୬୨୪

Advertisment
୨୪ ଘଣ୍ଟାରେ ଭାରତରେ ୮,୫୦୩ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୬୨୪

Image Courtesy of Deccan Herald

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ସାଢ଼େ ୮ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୬ ଶହରୁ କିଛି ଅଧିକ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୫୦୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୨୪ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୬,୭୪,୭୪୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୬୨୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୪,୭୩୫ରେ ପହଞ୍ଚିଛି।

publive-image Image Courtesy of The Indian Express

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮,୫୦୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୧,୦୫,୦୬୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୪,୯୪୩।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୩୧,୧୮,୮୭,୨୫୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୫,୩୨,୪୩,୫୩୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୨,୯୩,୪୧୨ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe