ନୂଆଦିଲ୍ଲୀ: ଦେଶରେକରୋନାଭାଇରସ୍ଜନିତମହାମାରୀବ୍ୟାପିବାଦିନଠାରୁଆଜିଦୈନିକସଂକ୍ରମଣସଂଖ୍ୟା୯ ହଜାରରୁ କିଛି ଅଧିକ ଥିବାବେଳେମୃତ୍ୟୁସଂଖ୍ୟା୪ ଶହ ପାଖାପାଖି ରହିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୪୭୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୯,୭୨୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮,୧୯୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୦,୫୩,୮୫୬।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୯,୯୭୪।
/sambad/media/post_attachments/wp-content/uploads/2021/12/cvii-2.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୨୬,୫୩,୪୪,୯୭୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୪,୬୦,୨୬,୭୮୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୨,୫୨,୫୯୬ଟି ନମୁନା।