୨୪ ଘଣ୍ଟାରେ ଦେଶରେ ୮୬୧ କୋଭିଡ୍‌-୧୯ ଆକ୍ରାନ୍ତ; ୬ ଜଣ ମୃତ

୨୪ ଘଣ୍ଟାରେ ଦେଶରେ ୮୬୧ କୋଭିଡ୍‌-୧୯ ଆକ୍ରାନ୍ତ; ୬ ଜଣ ମୃତ

ନୂଆଦିଲ୍ଲୀ: ଗତକାଲି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୧୦୦୦ ଉପରେ ଥିବାବେଳେ ଆଜି ୯୦୦ରୁ କିଛି କମ୍‌ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୬୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ୬ମୃତ୍ୟୁ ରେକର୍ଡ କରାଯାଇଛି

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮୬୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୬,୧୩୨ରେ ପହଞ୍ଚିଛି

ଗତ ୨୪ ଘଣ୍ଟାରେ ହୋଇଥିବା ୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ,୨୧,୬୯୧ରେ ପହଞ୍ଚିଛି

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯୨୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୩,୩୮୩

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୦୫୮

publive-image Image Courtesy of India TV News

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୫,୭୪,୧୮,୮୨୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୯,୪୧,୧୮,୯୫୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୭୧,୨୧୧ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe