ବଢୁଛି କୋଭିଡ୍‌-୧୯ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୮,୮୨୨ ଜଣ ଆକ୍ରାନ୍ତ; ୧୫ଜଣ ମୃତ

Advertisment
ବଢୁଛି କୋଭିଡ୍‌-୧୯ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୮,୮୨୨ ଜଣ ଆକ୍ରାନ୍ତ; ୧୫ଜଣ ମୃତ

ନୂଆଦିଲ୍ଲୀ: ଦେଶରେ କ୍ରମଶଃ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ସାଢ଼େ ୮ ହଜାର ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୮୨୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୫ମୃତ୍ୟୁ ରେକର୍ଡ କରାଯାଇଛି।

publive-image Image Courtesy of India TV

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮,୮୨୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୪୫,୫୧୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୭୯୨ରେ ପହଞ୍ଚିଛି।

publive-image Image Courtesy of The Financial Express

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫୭୧୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୬୭,୦୮୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫୩୬୩୭।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୫,୫୦,୮୭,୨୭୧ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe