୧୦ ହଜାର ତଳକୁ ଖସିଲା ଦେଶରେ କୋଭିଡ୍‌-୧୯ ଦୈନିକ ସଂକ୍ରମଣ; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ କମୁଛି

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୧୦ ହଜାର ତଳକୁ ଚାଲି ଆସିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୨.୪୯% ଏବଂ ସାପ୍ତାହିକ ପଜିଟିଭିଟି ହାର ୪.୩୮% ଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୦୬୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୬ ମୃତ୍ୟୁ ରେକର୍ଡ କରାଯାଇଛି। ଏଥିରେ କେରଳ ପିଛିଲା ଭାବେ ୬ ମୃତ୍ୟୁ ସାମିଲ କରିଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯,୦୬୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୮୬,୨୫୬ରେ ପହଞ୍ଚିଛି।

Image Courtesy of ABP Live

ଗତ ୨୪ ଘଣ୍ଟାରେ ହୋଇଥିବା ୩୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୧୩୪ରେ ପହଞ୍ଚିଛ।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୦,୨୫୫ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୬,୨୩,୮୦୯।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୫,୦୫୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୨୪%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୮,୫୭,୧୫,୨୫୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୧୦,୫୬,୫୪୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୬୪,୦୩୮ଟି ନମୁନା।

ସମ୍ବନ୍ଧିତ ଖବର