ନୂଆଦିଲ୍ଲୀ: ବେଶ୍ କିଛି ଦିନ ଧରି ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବିସ୍ତାର ସଂଖ୍ୟା ଅଳ୍ପ ରହିବା ପରେ ପୁନର୍ବାର ସଂକ୍ରମଣ ବେଗ ଦ୍ରୁତ ବୃଦ୍ଧି ପାଇ ପ୍ରାୟ ଦୁଇଗୁଣ ବେଗରେ ଗତି କରୁଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୦,୯୨୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୨୫ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୫୧,୦୯,୨୮୬ରେ ପହଞ୍ଚିଛି।
Image Courtesy of Matrubhumiଗତ ୨୪ ଘଣ୍ଟାରେ ହୋଇଥିବା ୩୨୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୨,୮୭୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୨୦୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୩,୪୧,୦୦୯।
Image Courtesy of The Economic Timesଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୮୫,୪୦୧।
ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍’ ସଂକ୍ରମଣ ସଂଖ୍ୟା ମଧ୍ୟ ୨,୬୩୦ରେ ପହଞ୍ଚିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୮,୬୭,୮୦,୨୨୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୮,୫୩,୦୫,୭୫୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୪,୧୩,୦୩୦ଟି ନମୁନା। ଦେଶରେ ଦୈନିକ ପଜିଟିଭିଟି ହାର ୬.୪୩% ରହୁଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/01/Corona-in-India-on-6th-January_Omicron-Cases-May-Increasing-in-India_Thumbnail.jpg)