୨୪ ଘଣ୍ଟାରେ ଭାରତରେ ୯,୧୧୯ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୩୯୬

Advertisment
୨୪ ଘଣ୍ଟାରେ ଭାରତରେ ୯,୧୧୯ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୩୯୬

Image Courtesy of The Financial Express

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୯ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୪୦୦ ପାଖାପାଖି ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୧୧୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୯୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୫,୪୪,୮୮୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୯୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୬,୯୮୦ରେ ପହଞ୍ଚିଛି।

publive-image Image Courtesy of Free Press Journal

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦,୨୬୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୯,୬୭,୯୬୨।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୦୯,୪୪୦। ଏହା ମଧ୍ୟ ୫୩୯ ଦିନ ମଧ୍ୟରେ ସର୍ବନିମ୍ନ ବୋଲି ସ୍ବାସ୍ଥ୍ୟ ବିଭାଗ କହିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୧୯,୩୮,୪୪,୭୪୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୩,୫୯,୨୪,୭୬୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୧,୫୦,୫୩୮ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe