ନୂଆଦିଲ୍ଲୀ: ଦୀର୍ଘ ୭୧୫ ଦିନ ପରେ ଦେଶରେ ପ୍ରଥମ ଥର ପାଇଁ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୧୦୦୦ ତଳକୁ ଖସିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୧୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୩ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯୧୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୨୯,୦୪୪ରେ ପହଞ୍ଚିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ ହୋଇଥିବା ୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୩୫୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୩୧୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୯୫,୦୮୯।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୨୫୯୭।

publive-image Image Courtesy of The Indian Express

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୪,୭୦,୮୩,୨୭୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୯,୧୦,୭୯,୭୦୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୧୪,୮୨୩ଟି ନମୁନା।