ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ଓ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୨,୦୧୫ରେ ପହଞ୍ଚିଛି।

publive-image Image Courtesy of Mint

ଗତ ୨୪ ‌ଘଣ୍ଟାରେ ଉତ୍ତର ପ୍ରଦେଶରେ ଗୋଟିଏ ମୃତ୍ୟୁ ରେକର୍ଡ କରାଯିବା ଏବଂ କେରଳ ପିଛିଲା ଭାବେ ଗୋଟିଏ ମୃତ୍ୟୁ ସାମିଲ୍ କରିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୩୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୯,୩୬୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୩୪ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।

publive-image Image Courtesy of BBC

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୨୮,୪୪,୮୫୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୮୮,୪୪୫ଟି ନମୁନା।