ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ୧୦ ହଜାର ତଳେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୨.୯୩% ଏବଂ ସାପ୍ତାହିକ ପଜିଟିଭିଟି ହାର ୨.୭୦% ଥିବା ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୪୩୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୦ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯,୪୩୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୪,୦୮,୧୩୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୭୫୪ରେ ପହଞ୍ଚିଛ। ଏହଛଡ଼ା, ମୃତ୍ୟୁସଂଖ୍ୟା ସଂଶୋଧନ କରି କେରଳ ୨୭ ଏବଂ ଗୋଆ ୧୦୦ଜଣଙ୍କ ମୃତ୍ୟୁ ସଂଯୋଗ କରିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୭,୯୩,୭୮୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୧.୧୯% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮୬,୫୯୧ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୯%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୧,୬୬,୩୫,୪୦୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୫୦,୪୨,୮୦୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୨୨,୫୫୧ଟି ନମୁନା।