ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ପୁଣି ୧୦୦୦ରୁ କମ୍‌ ରହିଥିବା ଜଣାପଡ଼ିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୪୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୦୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୯,୯୭୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୭୪୭ରେ ପହଞ୍ଚିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮୧୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୭,୦୩୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୧୯୧।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୬,୩୦,୬୨,୫୪୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୧୧,୭୭,୩୭୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୬୭,୨୧୩ଟି ନମୁନା।