୧୦ ହଜାର ତଳକୁ ଖସିଲା ଦେଶରେ କୋଭିଡ୍‌-୧୯ ଦୈନିକ ସଂକ୍ରମଣ; ୧ ଲକ୍ଷ ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ଦ୍ରୁତ ହ୍ରାସ ପାଇ ୧୦ ହଜାର ତଳକୁ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୪.୧୫% ଏବଂ ସାପ୍ତାହିକ ପଜିଟିଭିଟି ହାର ୩.୫୯% ଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୫୩୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୬ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯,୫୩୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୩,୪୮,୯୬୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୩୬୮ରେ ପହଞ୍ଚିଛ। ଏଥିରେ କେରଳ ପିଛିଲା ଭାବେ ୧୦ଜଣଙ୍କ ମୃତ୍ୟୁ ସଂଯୋଗ କରିଛି।

Image Courtesy of Pratidin Time

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୭୨୬ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୭,୨୩,୯୪୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୫୯% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୭,୬୪୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୨୨% ଏବଂ ବହୁଦିନ ପରେ ଦୁଇ ଦିନ ହେବ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ତଳକୁ ରହୁଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୦,୦୨,୪୦,୩୬୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୨୭,୨୫,୫୦୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୨୯,୫୪୬ଟି ନମୁନା।

ସମ୍ବନ୍ଧିତ ଖବର