ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୯ ହଜାରରୁ ଯଥେଷ୍ଟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୫ ଶହରୁ କିଛି କମ୍‌ ରହିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୭୬୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୭୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୬,୦୬,୫୪୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୭୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୯,୭୨୪ରେ ପହଞ୍ଚିଛି।

publive-image

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮,୫୪୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୦,୩୭,୦୫୪।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୯୭୬୩।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୨୪,୯୬,୧୯,୫୧୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୪,୩୫,୧୦,୯୨୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୦,୯୮,୬୧୧ଟି ନମୁନା।