ଆଜି ଦେଶରେ ୯୯ ନୂଆ କୋଭିଡ୍‌-୧୯ ସଂକ୍ରମଣ; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୯୬କୁ ହ୍ରାସ

ଆଜି ଦେଶରେ ୯୯ ନୂଆ କୋଭିଡ୍‌-୧୯ ସଂକ୍ରମଣ; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୯୬କୁ ହ୍ରାସ

Image Courtesy of Times of India

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୯୯ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ୧,୮୯୬ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୨,୪୩୭ରେ ପହଞ୍ଚିଛି।

publive-image Image Courtesy of Times of India

ଗତ ୨୪ ‌ଘଣ୍ଟାରେ ମହାରାଷ୍ଟ୍ରରେ ୧ଟି କୋଭିଡ୍‌ଜନିତ ମୃତ୍ୟୁ ରେକର୍ଡ କରାଯିବା ପରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୩୯ରେ ପହଞ୍ଚିଥିବା କଥା ରେକର୍ଡ କରାଯାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୯,୮୦୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୯୬ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୩୬,୦୨,୪୫୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୯୪,୫୩୪ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe