Image Courtesy of India Today
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ୨.୬୧ ଲକ୍ଷ ଟପି ଏଯାବତ୍ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୬୧,୫୦୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧,୫୦୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୪୭,୮୮,୧୦୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧,୫୦୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୭୭,୧୫୦ରେ ପହଞ୍ଚିଛି।
Image Courtesy of NDTVଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୩୮,୪୨୩ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୨୮,୦୯,୬୪୩।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୮,୦୧,୩୧୬।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୨,୨୬,୨୨,୫୯୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍ ୧୭ ସୁଦ୍ଧା ସମୁଦାୟ ୨୬,୬୫,୩୮,୪୧୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୬୬,୩୯୪ଟି ନମୁନା।
Follow Us