୨୪ ଘଣ୍ଟାରେ ଭାରତରେ ରେକର୍ଡ ସଂଖ୍ୟକ ୨,୭୩,୮୧୦ ନୂଆ କୋଭିଡ୍‌ -୧୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ୨.୭୩ ଲକ୍ଷ ଟପି ଏଯାବତ୍‌ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ,ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୭୩,୮୧୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୬୧୯ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୫୦,୬୧,୯୧୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧,୬୧୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୭୮,୭୬୯ରେ ପହଞ୍ଚିଛି।

Image Courtesy of India Today

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୪୪,୧୭୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୨୯,୫୩,୮୨୧।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯,୨୯,୩୨୯।

Image Courtesy of The Wire

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୨,୩୮,୫୨,୫୬୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୧୮ ସୁଦ୍ଧା ସମୁଦାୟ ୨୬,୭୮,୯୪,୫୪୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୩,୫୬,୧୩୩ଟି ନମୁନା।

ସମ୍ବନ୍ଧିତ ଖବର