ନୂଆଦିଲ୍ଲୀ: କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜିକୁ ମିଶାଇ ଚାରିଦିନ ମଧ୍ୟରେ ଦେଶରେ ତିନି ଥର ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଟପିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ରେକର୍ଡସଂଖ୍ୟକ ୧,୨୬,୭୮୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ, ଓ ୬୮୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୯,୨୮,୫୭୪ରେ ପହଞ୍ଚିଛି।

publive-image Image Courtesy of India Today

ଗତ ୨୪ ଘଣ୍ଟାରେ ହୋଇଥିବା ୬୮୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୬,୮୬୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫୯,୨୫୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୮,୫୧, ୩୯୩।

publive-image Image Courtesy of India Today

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯,୧୦,୩୧୯।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯,୦୧,୯୮,୬୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୭ ସୁଦ୍ଧା ସମୁଦାୟ ୨୫,୨୬,୭୭,୩୭୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୨,୩୭,୭୮୧ଟି ନମୁନା।