ନୂଆଦିଲ୍ଲୀ: କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜିକୁ ମିଶାଇ ତିନିଦିନ ମଧ୍ୟରେ ଦେଶରେ ଦୁଇ ଥର ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଟପିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୫,୭୩୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୬୩୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୮,୦୧,୭୮୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୬୩୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୬,୧୭୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫୯,୮୫୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୬୬,୧୭୭।
Image Courtesy of NDTVଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮,୪୩,୪୭୩।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮,୭୦,୭୭,୪୭୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍ ୬ ସୁଦ୍ଧା ସମୁଦାୟ ୨୫,୧୪,୩୯,୫୯୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୨,୦୮,୩୨୯ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/04/Corona-in-India-on-7th-April_Thumbnail.jpg)