୨୪ ଘଣ୍ଟାରେ ଭାରତରେ ରେକର୍ଡସଂଖ୍ୟକ ୧,୪୫,୩୮୪ ନୂଆ କୋଭିଡ୍‌ -୧୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜିକୁ ମିଶାଇ ପାଞ୍ଚଦିନ ମଧ୍ୟରେ ଦେଶରେ ଚାରି ଥର ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଟପିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୪୫,୩୮୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୭୯୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୩୨,୦୫,୯୨୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୭୯୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୮,୪୩୬ରେ ପହଞ୍ଚିଛି।

Image Courtesy of Business Today

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭୭,୫୬୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୯,୯୦, ୮୫୯।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୦,୪୬,୬୩୧।

Image Courtesy of NDTV

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯,୮୦,୭୫,୧୬୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୯ ସୁଦ୍ଧା ସମୁଦାୟ ୨୫,୫୨,୧୪,୮୦୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୧,୭୩,୨୧୯ଟି ନମୁନା।

ସମ୍ବନ୍ଧିତ ଖବର