ପାକିସ୍ତାନ ଉପରେ ଭାରତର ପ୍ରଚଣ୍ଡ ହମଲା, ଲାହୋର, ଇସ୍ଲାମାବାଦ, ସିଆଲକୋଟ ଉପରେ ଆକ୍ରମଣ, ସକ୍ରିୟ ହେଲା ନୌସେନା

ପାକିସ୍ତାନର ଆକ୍ରମଣ ଜବାବରେ ପ୍ରଚଣ୍ଡ ଆକ୍ରମଣ କରିଛି ଭାରତ । ପାକିସ୍ତାନର ସିଆଲକୋଟ୍, ଲାହୋର ଓ ରାଜଧାନୀ ଇସ୍ଲାମାବାଦ ଉପରେ ଭାରତୀୟ ସେନା ଓ ବାୟୁସେନା ପକ୍ଷରୁ ପ୍ରଚଣ୍ଡ ବୋମାବର୍ଷଣ କରାଯାଉଛି ।

pakkkht

ନୂଆଦିଲ୍ଲୀ : ପାକିସ୍ତାନର ଆକ୍ରମଣ ଜବାବରେ ପ୍ରଚଣ୍ଡ ଆକ୍ରମଣ କରିଛି ଭାରତ । ପାକିସ୍ତାନର ସିଆଲକୋଟ୍, ଲାହୋର ଓ ରାଜଧାନୀ ଇସ୍ଲାମାବାଦ ଉପରେ ଭାରତୀୟ ସେନା ଓ ବାୟୁସେନା ପକ୍ଷରୁ ପ୍ରଚଣ୍ଡ ବୋମାବର୍ଷଣ କରାଯାଉଛି । ଏହି ଆକ୍ରମଣରେ ଡ୍ରୋନର ବ୍ୟବହାର ମଧ୍ୟ କରାଯାଉଛି । ଭାରତ ପୂର୍ବରୁ ହିଁ ଲାହୋରର ଏୟାର ଡିଫେନ୍ସ ସିଷ୍ଟମକୁ ଧ୍ବଂସ କରିସାରିଛି । ଏହାଛଡ଼ା କିଛି ସମୟ ପୂର୍ବରୁ ଭାରତ ଲାହୋରର ଆଉ ଏକ ଆଓ୍ବାକସ୍ ଏୟାର ଡିଫେନ୍ସ ସିଷ୍ଟମକୁ ନଷ୍ଟ କରିଦେଇଛି । 

କେତେକ ରିପୋର୍ଟ ଅନୁସାରେ ଭାରତୀୟ ନୌସେନା ବି ସକ୍ରିୟ ହୋଇଯାଇଛି । ଏହା ପରେ ବନ୍ଦର ନଗରୀ କରାଚୀ ଓ ବାହାବଲପୁରରେ ସାଇରନ ବାଜି ଉଠିଛି। 

ଅନ୍ୟପଟେ, ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୁରନ୍ତ ହ୍ରାସ ପାଇଁ ଆମେରିକା ନିବେଦନ କରିଛନ୍ତି । ଆମେରିକାର ବିଦେଶ ସଚିବ ମାର୍କୋ ରୁବିଓ ଭାରତର ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର ଓ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ କଥା ହୋଇ ଆକ୍ରମଣ ବନ୍ଦ କରିବାକୁ ନିବେଦନ କରିଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe