କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୧୮,୫୯୯ ନୂଆ ସଂକ୍ରମଣ ସହ ୧.୧୨ କୋଟିରେ ପହଞ୍ଚିଲା ସମୁଦାୟ ସଂକ୍ରମଣ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୮,୫୯୯ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୧୨ କୋଟିରେ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୫୯୯       କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୯୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୨,୨୯,୩୯୮ରେ ପହଞ୍ଚିଛି।

Image Courtesy of India Today

ଗତ ୨୪ ଘଣ୍ଟାରେ ହୋଇଥିବା ୯୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୮୫୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୨୭୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୮୨,୭୯୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୮୮,୭୪୭ । ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟା ୧.୬୫%।

Image Courtesy of Hindustan Times

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୯,୮୯,୦୧୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୭ ସୁଦ୍ଧା ସମୁଦାୟ ୨୨,୧୯,୬୮,୨୭୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୫,୩୭,୭୬୪ଟି ନମୁନା।

ସମ୍ବନ୍ଧିତ ଖବର