ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୮,୩୨୭ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସକ୍ରିୟ ସଂକ୍ରମଣ ସଂଖ୍ୟା ୧.୮ ଲକ୍ଷ ଟପିଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୩୨୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୦୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୧,୯୨,୦୮୮ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/03/cvi-4.jpg)
ଗତ ୨୪ ଘଣ୍ଟାରେ ହୋଇଥିବା ୧୦୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୬୫୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୨୩୪ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୫୪,୧୨୮।
/sambad/media/post_attachments/wp-content/uploads/2021/03/cvii-4.jpg)
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୧୧,୯୨,୦୮୮ ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୪,୯୭,୭୦୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୪ ସୁଦ୍ଧା ସମୁଦାୟ ୨୨,୦୬,୯୨,୬୭୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୫୧,୯୩୫ଟି ନମୁନା।