କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୧୮,୭୧୧ ନୂଆ ସଂକ୍ରମଣ; ପୁଣି ବଢ଼ିଲା ସକ୍ରିୟ ସଂକ୍ରମଣ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୮,୭୧୧ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସକ୍ରିୟ ସଂକ୍ରମଣ ସଂଖ୍ୟା ପୁଣି ବୃଦ୍ଧିପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୭୧୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୨,୧୦,୭୯୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୦୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୭୫୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୩୯୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୬୮,୫୨୦।

Image Courtesy of NDTV

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୮୪,୫୨୩ ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୯,୨୨,୩୪୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୪ ସୁଦ୍ଧା ସମୁଦାୟ ୨୨,୧୪,୩୦,୫୦୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୩୭,୮୩୦ଟି ନମୁନା।

ସମ୍ବନ୍ଧିତ ଖବର