ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୬,୮୩୮ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧୧.୧୭ ଟପିଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୮୩୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୧୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୧,୭୩,୭୬୧ରେ ପହଞ୍ଚିଛି।
Image Courtesy of Hindustan Timesଗତ ୨୪ ଘଣ୍ଟାରେ ହୋଇଥିବା ୧୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୫୪୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩,୮୧୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୩୯,୮୯୪।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭୬,୩୧୯ ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୦,୦୫,୫୦୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୪ ସୁଦ୍ଧା ସମୁଦାୟ ୨୧,୯୯,୪୦,୭୪୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୬୧,୮୩୪ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/03/Corona-in-India-on-5th-March_Thumbnail.jpg)