ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୧,୪୨ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧୦.୪୩ ନିୟୁତ ଟପିଯାଇଛି। ଗତକାଲିର ସଂକ୍ରମଣ ଠାରୁ ଆଜିର ସଂକ୍ରମଣ ହାର ୧୨% କମ୍ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୪୨୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୧୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୭,୫୭,୬୧୦ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/02/cvi.jpg)
ଗତ ୨୪ ଘଣ୍ଟାରେ ୧୧୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୪,୩୯୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧, ୮୫୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୪,୩୪,୯୮୩।
/sambad/media/post_attachments/wp-content/uploads/2021/02/cvii.jpg)
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୬୮,୨୩୫ରେ ପହଞ୍ଚିଛି। କ୍ରମାଗତ ୧୩ଶ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟାନୁସାରେ, ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୬.୯୮%।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜାନୁଆରି ୩୧ ସୁଦ୍ଧା ସମୁଦାୟ ୧୯,୭୦,୯୨,୬୩୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୫,୦୪,୨୬୩ଟି ନମୁନା।
ସୂଚନାଯୋଗ୍ୟ, ଭାରତରେ କୋଭିଡ୍-୧୯ର ପ୍ରଥମ ମାମଲା ଚିହ୍ନଟ ହେବାର ବର୍ଷକ ପରେ ସମ୍ପ୍ରତି ଏହି ମାରାତ୍ମକ ସଂକ୍ରମଣଜନିତ ମୃତ୍ୟୁ କ୍ଷେତ୍ରରେ ବିଶ୍ୱର ୪ର୍ଥ ସ୍ଥାନକୁ ଖସି ଆସିଛି ଭାରତ।