ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୪,୫୪୫ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ଠାରୁ ଆଜିର ସଂକ୍ରମଣ ହାର ୪% କମ୍‌ ବୋଲି ଜଣାପଡ଼ିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୫୪୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୬୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୬,୨୫,୪୨୮ରେ ପହଞ୍ଚିଛି।

publive-image Image Courtesy of Hindustan Times

ଗତ ୨୪ ଘଣ୍ଟାରେ ୧୬୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୩,୦୩୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮, ୦୦୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୨,୮୩,୭୦୮। ଜାତୀୟସ୍ତରରେ ସୁସ୍ଥତା ହାର ୯୬.୭୮%ରେ ପହଞ୍ଚିଥିବା ବେଳେ ମୃତ୍ୟୁହାର ୧.୪୪%ରେ ରହିଛି।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୮୮,୬୮୮ରେ ପହଞ୍ଚିଛି।

publive-image Image Courtesy of India Today

ସେହିଭଳି ଗୁରୁବାର ଦିନ ୨୩୩, ୫୩୦ ଜଣଙ୍କ ସମେତ ଏପର୍ଯ୍ୟନ୍ତ ଦେଶରେ ସମୁଦାୟ ୧୦,୪୩,୫୩୪ ଜଣଙ୍କୁ କୋଭିଡ୍‌-୧୯ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, କରୋନାଭାଇରସ୍‌ ସଂକ୍ରମଣ ଚିହ୍ନଟ ଲାଗି ଏପର୍ଯ୍ୟନ୍ତ ସମୁଦାୟ ୧୯ କୋଟି ‘ଆର୍‌ଟି-ପିସିଆର୍‌’ ପରୀକ୍ଷା ସମ୍ପନ୍ନ ହୋଇସାରିଲାଣି।