ସେପ୍ଟେମ୍ବର ୧୯ରୁ ଖେଳାଯିବ ଆଇପିଏଲର ବଳକା ମ୍ୟାଚ୍, ଅକ୍ଟୋବର ୧୫ରେ ଚଳିତ ସିଜିନର ଶେଷ ମୁକାବିଲା

Advertisment
ସେପ୍ଟେମ୍ବର ୧୯ରୁ ଖେଳାଯିବ ଆଇପିଏଲର ବଳକା ମ୍ୟାଚ୍, ଅକ୍ଟୋବର ୧୫ରେ ଚଳିତ ସିଜିନର ଶେଷ ମୁକାବିଲା

Hindustan

ନୂଆଦିଲ୍ଲୀ : କରୋନା ସହ ଲଢେଇ ଭିତରେ କ୍ରୀଡାପ୍ରେମୀଙ୍କ ପାଇଁ ଆସିଛି ଖୁସିର ଖବର । ଆସନ୍ତା ସେପ୍ଟେମ୍ବର ମାସ ୧୯ ତାରିଖରୁ ଖେଳାଯିବ ଆଇପିଏଲ ସିଜିନ-୧୪ର ବଳକା ମ୍ୟାଚ୍ । ସେହିପରି ଅକ୍ଟୋବର ୧୫ ତାରିଖରେ ଖେଳାଯିବ ଆଇପିଏଲର ଚଳିତ ସିଜିନର ଫାଇନାଲ୍ ମ୍ୟାଚ୍ । କରୋନା ପାଇଁ ଆଇପିଏଲ ୨୦୨୧କୁ ଅଧାରୁ ସ୍ଥଗିତ କରିବାକୁ ପଡିଥିଲା । ବିଭିନ୍ନ ଟିମର ଖେଳାଳି ଓ କୋଚ୍ କରୋନାରେ ସଂକ୍ରମିତ ହେବା କାରଣରୁ ଏହାକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଥିଲା ।

ତେବେ ୟୁଏଇରେ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ୍ ଖେଳାଯିବା ସହ ସେପ୍ଟେମ୍ବର ୧୯ରେ ଏହା ଆରମ୍ଭ ହେବ ବୋଲି ଜଣାପଡିଛି । ଏନେଇ ବିସିସିଆଇ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଥିଲା । ବିସିସିଆଇର ଏସଜିଏମ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଥିଲା ।

VIVO IPL 2021 Postponed IPLT20.com

ତେବେ ଚଳିତ ସିଜିନରେ ମୋଟ୍ ୫୮ଟି ମ୍ୟାଚ୍ ଖେଳାଯାଇଥିବା ବେଳେ ଆଇପିଏଲର ୧୪ତମ ସଂସ୍କରଣର ମୋଟ୍ ୩୧ଟି ମ୍ୟାଚ୍ ବାକି ରହିଛି। ଯେଉଁଥିରେ ୧୨ ଅଙ୍କ ସହ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି ଦିଲ୍ଲୀ କ୍ୟାପିଟାଲ୍ସ । ସେହିପରି ଦ୍ୱିତୀୟରେ ଚେନ୍ନାଇ ସୁପରକିଙ୍ଗସ, ତୃତୀୟରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର, ଚତୁର୍ଥରେ ମୁମ୍ବାଇ ଇଣ୍ଡିଆନ୍ସ, ପଞ୍ଚମରେ ରାଜସ୍ଥାନ ରୟାଲ୍ସ, ଷଷ୍ଠ ସ୍ଥାନରେ ପଞ୍ଜାବ କିଙ୍ଗସ, ସପ୍ତମରେ କୋଲକାତା ନାଇଟ୍ ରାଇଡର୍ସ ଏବଂ ଶେଷରେ ରହିଛି ସନ ରାଇଜର୍ସ ହାଇଦ୍ରାବାଦ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe