ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ମାଳଦୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜ୍ଜୁ ଓ ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଲଗାତାର ତୃତୀୟ ଥର ପାଇଁ ଏନଡିଏ ସରକାର ଗଢିବାକୁ ଯାଉଛି । ଯଦିଓ ଗତ ଦୁଇଟି ନିର୍ବାଚନ ପରି ଏଥର ବିଜେପି ନିଜ ବଳରେ ବହୁମତ ହାସଲ କରିପାରିନାହିଁ କିନ୍ତୁ ଏନଡିଏ ୨୯୦ରୁ ଅଧିକ ଆସନରେ ବିଜୟ ହାସଲ କରିଛି । ଏହାସହ ଲଗାତାର ତୃତୀୟ ଥର କେନ୍ଦ୍ରରେ ଏନଡିଏ ସରକାର ହେବାକୁ ଯାଉଛି ।

ଏହାସହ ମୋଦୀ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ଏଯାଏଁ ନେହେରୁ ଏକମାତ୍ର ପ୍ରଧାନମନ୍ତ୍ରୀ ଥିଲେ ଯିଏ ଲଗାତାର ୩ଥର ବିଜୟୀ ହୋଇ ପ୍ରଧାନମନ୍ତ୍ରୀ ପଦରେ ଅଧିଷ୍ଠିତ ହୋଇଥିଲେ । ତେବେ ମୋଦୀଙ୍କ ଲଗାତାର ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବାକୁ ନେଇ ଦେଶବିଦେଶରୁ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ମାଳଦୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜ୍ଜୁ‘ଏକ୍ସ’ରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ମଧ୍ୟ ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସମ୍ବନ୍ଧିତ ଖବର