ଜମ୍ମୁ କାଶ୍ମୀର ଜେଲ୍ ମହାନିର୍ଦ୍ଦେଶକଙ୍କୁ ହତ୍ୟା

Advertisment
ଜମ୍ମୁ କାଶ୍ମୀର ଜେଲ୍ ମହାନିର୍ଦ୍ଦେଶକଙ୍କୁ ହତ୍ୟା

currentneed.com

ନୂଆଦିଲ୍ଲୀ : ଜମ୍ମୁ କାଶ୍ମୀର ଜେଲ୍ ବିଭାଗର ମହାନିର୍ଦ୍ଦେଶକ ତଥା ୧୯୯୨ ବ୍ୟାଚ୍ ଆଇପିଏସ୍‌ ଅଫିସର ହେମନ୍ତ ଲୋହିଆଙ୍କୁ ତାଙ୍କ ଜମ୍ମୁ ଉପକଣ୍ଠ ଉଦୟିୱାଲାସ୍ଥିତ ଘରେ ଗଳା କାଟି ହତ୍ୟା କରାଯାଇଛି। ୫୭ ବର୍ଷୀୟ ଶ୍ରୀ ଲୋହିଆ ଗତ ଅଗଷ୍ଟ ମାସରେ ଜେଲ୍ ବିଭାଗର ମହାନିର୍ଦ୍ଦେଶକ ପଦରେ ଅବସ୍ଥାପିତ ହୋଇଥିଲେ।

ଜମ୍ମୁ କାଶ୍ମୀର ପୁଲିସର ଅତିରିକ୍ତ ମହାନିର୍ଦ୍ଦେଶକ (ଜମ୍ମୁ ଜୋନ୍‌) ମୁକେଶ ସିଂହ କହିଛନ୍ତି, ତାଙ୍କ ଘରେ ସହାୟକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତିଜଣକ ଏବେ ଫେରାର ଅଛି ଏବଂ ତାକୁ ଧରିବା ପାଇଁ ପ୍ରୟାସ ଚାଲିଛି। ଫୋରେନସିକ ଟିମ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବରିଷ୍ଠ ଅଧିକାରୀମାନେ ମଧ୍ୟ ସେଠାରେ ଉପସ୍ଥିତ ଅଛନ୍ତି। ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି। ଗୃହମନ୍ତ୍ରୀ ଅମିତ ଶାହ ଆଜି ତିନିଦିନିଆ ଜମ୍ମୁ କାଶ୍ମୀର ଗସ୍ତରେ ଯାଇଥିବାବେଳେ ଏଭଳି ଅପରାଧ ଘଟିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe