ନୂଆଦିଲ୍ଲୀ: ଦେଶରେ କମୁଛି ସଂକ୍ରମଣ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ମଙ୍ଗଳବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୯୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୯ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭୯୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୬,୯୨୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୮ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୭୧୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯୪୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୪,୩୨୯।ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୦୮୮୯। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୫,୯୦,୬୮,୬୧୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
ଅନ୍ୟପକ୍ଷରେ ମହାରାଷ୍ଟ୍ର ଏବଂ ଗୁଜରାଟରେ ‘ଏକ୍ସଇ କରୋନାଭାଇରସ୍’ ସଂକ୍ରମଣ ମାମଲା ଚିହ୍ନଟ ହୋଇଥିଲେ ସୁଦ୍ଧା ଭୟର କାରଣ ନାହିଁ ବୋଲି କେନ୍ଦ୍ର ସରକାର କହିଛନ୍ତି। ‘ଦି ନ୍ୟାସ୍ନାଲ୍ ଟେକ୍ନିକାଲ୍ ଆଡ୍ଭାଇଜରି ଗ୍ରୁପ୍ ଅନ୍ ଇମ୍ୟୁନାଇଜେସନ୍’ (ଏନ୍ଟିଏଜିଆଇ) ମୁଖ୍ୟ ଏନ୍.କେ. ଅରୋରା କହିଛନ୍ତି, ‘ଏକ୍ସ୍’ ସିରିଜ୍ର ଓମିକ୍ରନ୍ ଭେରିଏଣ୍ଟ୍ ସାଙ୍ଘାତିକ ଅସୁସ୍ଥତା ସୃଷ୍ଟି କରୁନାହିଁ। ଭାରତୀୟ ଡାଟା ଅନୁସାରେ, ଏହାର ସଂକ୍ରମଣ ବେଗ ମଧ୍ୟ ଅତି ଦ୍ରୁତ ନୁହେଁ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/04/ସ-85.jpg)