ଆତଙ୍କବାଦର ମୂଳୋତ୍ପାଟନ ପାଇଁ ମିଳିତ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
ଜମ୍ମୁ ଓ କଶ୍ମୀର ସୁରକ୍ଷା ଉପରେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ସମୀକ୍ଷା
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ନୂଆଦିଲ୍ଲୀଠାରେ ଜମ୍ମୁ ଓ କଶ୍ମୀରର ସୁରକ୍ଷା ସମୀକ୍ଷା କରିଛନ୍ତି । ବୈଠକରେ ଜମ୍ମୁ ଓ କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ସେନାଧ୍ୟକ୍ଷ, ଭାରତ ସରକାର ଏବଂ ଜମ୍ମୁ ଓ କାଶ୍ମୀର ପ୍ରାଶାସନର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।
ଶ୍ରୀ ଶାହା ସୁରକ୍ଷାବଳ ଓ ପୁଲିସ ବାହିନୀ ମିଳିମିଶି ଆତଙ୍କବାଦ ବିରୋଧୀ କାର୍ଯ୍ୟକଳାପ ଜାରି ରଖିବାକୁ ନିର୍ଦ୍ଦେଶ ଦେଇଥିଲେ । ଏକ ସମୃଦ୍ଧ ଓ ଶାନ୍ତ ଜମ୍ମୁ ଓ କଶ୍ମୀର ନେଇ ପ୍ରଧାନମନ୍ତ୍ରୀଙ୍କ ଦୂର ଦୃଷ୍ଟି ଯୋଗୁ ସୁରକ୍ଷାବଳ କେନ୍ଦ୍ରଶାସିତ ଅଞ୍ଚଳରୁ ଆତଙ୍କବାଦର ମୂଳପୋଛ ସହ ସୀମାପାର ଅନୁପ୍ରବେଶ ସମ୍ପୂର୍ଣ୍ଣ ବନ୍ଦ କରିବାକୁ କହିଥିଲେ ।