କଟକ/ନୂଆଦିଲ୍ଲୀ: ଜଷ୍ଟିସ୍ ହରୀଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବାକୁ ଯାଉଛନ୍ତି। ସୁପ୍ରିମ୍କୋର୍ଟ କଲେଜିୟମ୍ କଲିକତା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ୍ ସଞ୍ଜୀବ ଖାନ୍ନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କଲେଜିୟମ୍ ବୈଠକରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରେ ଜଷ୍ଟିସ୍ ଟଣ୍ଡନଙ୍କ ନିଯୁକ୍ତି ପାଇଁ ସୁପାରିସ ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସମେତ ବିଚାରପତିଙ୍କ ସର୍ବଭାରତୀୟ ବରିଷ୍ଠତା
ତାଲିକାରେ ଜଷ୍ଟିସ୍ ଟଣ୍ଡନ ସପ୍ତମ ସ୍ଥାନରେ ରହିଛନ୍ତି ବୋଲି କଲେଜିୟମ୍ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।
ଜଷ୍ଟିସ୍ ଟଣ୍ଡନ ୧୯୬୪ ନଭେମ୍ବର ୧୬ରେ ଜନ୍ମଗ୍ରହଣ କରିଥିଲେ। କଲିକତା ବିଶ୍ବବିଦ୍ୟାଳୟରୁ ୧୯୮୯ରେ ଏଲ୍ଏଲ୍ବି ଡିଗ୍ରି ହାସଲ କରିବା ପରେ ୧୯୮୯ ସେପ୍ଟେମ୍ବର ୨୬ରେ ସେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ। ସେ କଲିକତା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ସେ ସିଟି ସିଭିଲ୍ କୋର୍ଟ, ଡିଆର୍ଟି ଓ ସୁପ୍ରିମ୍କୋର୍ଟରେ ମଧ୍ୟ ଆଇନଜୀବୀ ଭାବେ ମାମଲା ପରିଚାଳନା କରିଥିଲେ। ଜଣେ ଦକ୍ଷ ତଥା ସୁନାମ ଅର୍ଜନ କରିଥିବା ଆଇନଜୀବୀ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୧୦ ଏପ୍ରିଲ ୧୩ରେ ତାଙ୍କୁ କଲିକତା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/26/2025-12-26t132446534z-whatsapp-image-2025-12-26-at-65430-pm-2025-12-26-18-54-47.jpeg)
/sambad/media/media_files/2025/03/07/Zj0v6ZNuJASx4OTqFujW.jpg)