୭ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ: ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ହେଲେ ଇନ୍ଦ୍ରଜିତ ମହାନ୍ତି

ନୂଆଦିଲ୍ଲୀ : ସୁପ୍ରିମ କୋର୍ଟର ପ୍ରଧାନ ବିଚାରପତି ଆଜି ୭ଟି ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି। ମଧ୍ୟପ୍ରଦେଶ ହାଇକୋର୍ଟର ଅସ୍ଥାୟୀ ମୁଖ୍ୟ ବିଚାରପତି ରବି ଶଙ୍କର ଝାଙ୍କୁ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। ସେହିଭଳି ଆହ୍ଲାବାଦ ହାଇକୋର୍ଟର ବିଚାରପତି ଅଜୟ ଲାମ୍ବାଙ୍କୁ ଗୌହାଟି ହାଇକୋର୍ଟର ମୁଖ୍ୟ ବିଚାରପତି, ବମ୍ବେ ହାଇକୋର୍ଟର ବିଚାରପତି ଇନ୍ଦ୍ରଜିତ ମହାନ୍ତି ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ହୋଇଛନ୍ତି। ମାଡ୍ରାସ ହାଇକୋର୍ଟର ବିଚାରପତି ଏ ମଣି କୁମାରଙ୍କୁ କେରଳ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଏଲ ଏନ ସ୍ବାମୀଙ୍କୁ ହିମାଚଳ ପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ମଧ୍ୟ ପ୍ରଦେଶ ହାଇକୋର୍ଟର ବିଚାରପତି ଜେ କେ ମାହେଶ୍ବରୀଙ୍କୁ ଆନ୍ଧ୍ର ପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। ଗୌହାଟି ହାଇକୋର୍ଟର ବିଚାରପତି ଏ କେ ଗୋସ୍ବାମୀଙ୍କୁ ସିକିମ୍ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। ଆଇନ ମନ୍ତ୍ରାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ଜାରି ହୋଇଛି।

ସମ୍ବନ୍ଧିତ ଖବର