ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Advertisment
ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଭାରତର ଲୌହ ମାନବଭାବେ ପରିଚିତ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କର ଆଜି ହେଉଛି ୧୪୪ତମ ଜୟନ୍ତୀ । ଏହି ଅବସରରେ ଆଜି ନୂଆଦିଲ୍ଲୀଠାରେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶର ପ୍ରଥମ ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

publive-image

ଅପରପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟ କେବାଡିଆରେ ଷ୍ଟାଚ୍ୟୁ ଅଫ ୟୁନିଟିରେ ଦେଶକୁ ଏକତା ସୂତ୍ରରେ ବାନ୍ଧିଥିବା ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକତା ଦିବସ ପରେଡରେ ଭାଗ ନେଇଛନ୍ତି । ମୋଦୀ ଟେକ୍ନୋଲୋଜି ଡେମୋନଷ୍ଟ୍ରେସନ ସାଇଟ ପରିଦର୍ଶନ କରିଛନ୍ତି ।

ସେହିପରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, କେନ୍ଦ୍ରମନ୍ତ୍ରୀ ହରଦୀପ ସିଂହପୁରୀ ଓ ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଅନିଲ ବାଇଜଲ ମଧ୍ୟ ଦେଶର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଅମିତ ଶାହା ଦିଲ୍ଲୀସ୍ଥିତ ନ୍ୟାସନାଲ ଷ୍ଟାଡିୟମରୁ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ରନ ଅଫ ୟୁନିଟିକୁ ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ହଜାର ହଜାର ଯୁବକ ସାମିଲ ହୋଇଥିବା ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe