ଗୋଖାଦ୍ୟ ଦୁର୍ନୀତି ମାମଲା: ଜାମିନ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଲେ ଲାଲୁ

ପାଟନା: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲ୍‌ଦଣ୍ଡ ଭୋଗୁଥିବା ଆରଜେଡି ସୁପ୍ରିମୋ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଆଜି ଜାମିନ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ୩ଟି ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜାମିନ ପାଇଁ ଲାଲୁ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ସ୍ବାସ୍ଥ୍ୟାବସ୍ଥା ଖରାପ ଥିବା ଦର୍ଶାଇ ଲାଲୁ ପୂର୍ବରୁ ଝାଡ଼ଖଣ୍ଡ ହାଇକୋର୍ଟରେ ଆବେଦନ କରିଥିଲେ ମଧ୍ୟ କୋର୍ଟ ତାଙ୍କ ଆବେଦନ ଖାରଜ କରିଦେଇଥିଲେ। ତେବେ ଆଗକୁ ଲୋକସଭା ନିର୍ବାଚନ ଥିବାବେଳେ ସୁପ୍ରିମକୋର୍ଟ ମଧ୍ୟ ଲାଲୁଙ୍କ ଜାମିନ ଆବେଦନକୁ ଗ୍ରହଣ କରିବେ କି ନାହିଁ ତାହା ମଧ୍ୟ ଏବେ ପ୍ରଶ୍ନବାଚୀ ହୋଇଛି।

ସମ୍ବନ୍ଧିତ ଖବର