କରୋନା ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହେଲେ ସ୍ବରସମ୍ରାଜ୍ଞୀ ଲତା ମଙ୍ଗେସକର

Advertisment
କରୋନା ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହେଲେ ସ୍ବରସମ୍ରାଜ୍ଞୀ ଲତା ମଙ୍ଗେସକର

ମୁମ୍ବାଇ: ଭାରତୀୟ ଚଳଚ୍ଚିତ୍ର ଦୁନିଆରେ ‘ସଙ୍ଗୀତର ବୁଲବୁଲ୍’ ଭାବେ ପରିଚିତ କୋକିଳକଣ୍ଠୀ ଲତା ମଙ୍ଗେସକର କରୋନା ଆକ୍ରାନ୍ତ ହୋଇଛନ୍ତି। ସ୍ବାବ ନମୁନା ପଜିଟିଭ ଆସିବାରୁ ତାଙ୍କ ବୟସକୁ ଦେଖି ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୁମ୍ବାଇର ବ୍ରିଚକ୍ୟାଣ୍ଡି ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। ନଭେମ୍ବର ୨୦୧୯ରେ ଲତା ମଙ୍ଗେସକର ଛାତି ଜନିତ ସମସ୍ୟା ହେତୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିଲା।

ଉଲ୍ଲେଖଯୋଗ୍ୟ, ଲତା ମଙ୍ଗେସକର ୧୯୨୯ ମସିହା ସେପ୍ଟେମ୍ବର ୨୮ ତାରିଖରେ ମଧ୍ୟପ୍ରଦେଶର ଇନ୍ଦୋର ସହରରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଦିନାନାଥ ମଙ୍ଗେସକର ଜଣେ ଶାସ୍ତ୍ରୀୟ ସଙ୍ଗୀତ ଗାୟକ, ଗୁରୁ ଓ ଥିଏଟର କଳାକାର ଥିଲେ । ପିଲାବେଳୁ ହିଁ ସଙ୍ଗୀତ ପ୍ରତି ମନ ବଳାଇଥିଲେ ଲତା । ତାଙ୍କ ସହ ତାଙ୍କ ଭାଇ ଓ ଭଉଣୀମାନେ ମଧ୍ୟ ଗୀତ ଶିଖୁଥିଲେ । ହେଲେ ଲତାଙ୍କୁ ୧୩ ବର୍ଷ ବୟସ ହୋଇଥିବା ବେଳେ ହୃଦଘାତରେ ତାଙ୍କ ବାପାଙ୍କ ଦେହାନ୍ତ ହୋଇଥିଲା । ଆଉ ପରିବାର ଚଳାଇବା ପାଇଁ ଶେଷରେ ୧୯୪୨ ମସିହାରେ ଚଳଚ୍ଚିତ୍ର ସଙ୍ଗୀତ ଜଗତରେ ପାଦ ଦେଇଥିଲେ ଲତା ମଙ୍ଗେସକର ।

Singer Lata Mangeshkar indiatoday

୧୯୪୨ରୁ ୧୯୪୮ ମସିହା ମଧ୍ୟରେ ଲତା ମଙ୍ଗେସକର ହିନ୍ଦୀ ଓ ମରାଠୀ ଭାଷାରେ ୮ଟି ଗୀତରେ କଣ୍ଠଦାନ କରିଥିଲେ । ୧୯୪୨ ମସିହାରେ ମରାଠୀ ଚଳଚ୍ଚିତ୍ର କିଟ୍ଟି ହାସଲରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ । ଏହାପରେ ମଜବୁର, ବେଦର୍ଦ ଭଳି ଦୁଇଟି ଚଳଚ୍ଚିତ୍ରରେ ଗୀତ ଗାଇ ପରିଚିତ ହେବା ପରେ ପୂରା ସଙ୍ଗୀତ ଜଗତରେ ଛାଇ ଯାଇଥିଲେ ଲତା ।

୧୯୬୩ ମସିହାରେ ହୋଇଥିବା ଭାରତ-ଚୀନ ଯୁଦ୍ଧ ସମୟରେ ଲତାଙ୍କ ଗୀତ ‘ଏ ମେରେ ବତନ କେ ଲୋଗୋଁ’ ପୂରା ଦେଶବାସୀଙ୍କ ମନକୁ ଛୁଇଁଥିଲା । ସେତେବେଳର ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ ଏହି ଗୀତ ଶୁଣି ଭାବବିହ୍ୱଳ ହୋଇପଡିଥିଲେ । ଏହି ଗୀତ ପାଇଁ ତାଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏହାପରେ ଲତା ମଙ୍ଗେସକର ‘ଲଗଜା ଗଲେ’, ‘ପ୍ୟାର କା ନଗମା’, ‘ସିସା ହୋ ୟା ଦିଲ’, ‘ତେରେ ବିନା ଜିନ୍ଦେଗୀ ସେ କୋଇ ସିକୱା ନେହିଁ’ ଭଳି ଗୀତ ଗାଇ ଘରେ ଘରେ ପରିଚିତ ହୋଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe