Image Courtesy of India Today
ପାଟନା : ବିହାରରେ ୯ ଜିଲ୍ଲାରେ ବଜ୍ରପାତ ଯୋଗୁଁ ୧୮ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପୁର୍ନିଆରେ ୪ ଜଣଙ୍କ ବଜ୍ରପାତରେ ମୃତ୍ୟୁ ହୋଇଥିବାବେଳେ ଆରାରିଆରେ ୪, ସୁପୌଲ୍ରେ ୩, ଜାମୁଇରେ ୨, ବାଙ୍କା, ବେଗୁସରାଇ, ଶେଖପୁରା, ନାୱଡ଼ା ଏବଂ ସରନ୍ ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କ ବଜ୍ରପାତରେ ମୃତ୍ୟୁ ହୋଇଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉକ୍ତ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଏବଂ ମୃତକଙ୍କ ପରିବାର ସଦସ୍ୟଙ୍କୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ ବିହାରରେ ଗତ ୨ ବର୍ଷରେ ବଜ୍ରପାତ ଯୋଗୁଁ ୯୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ ଚଳିତ ବର୍ଷ କେବଳ ୨୧୬ ଜଣଙ୍କ ବଜ୍ରପାତରେ ମୃତ୍ୟୁ ହୋଇଛି। ରାଜ୍ୟରେ ବିଭିନ୍ନ ଅଂଶରେ ବର୍ଷା ହେଉଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
Follow Us