ରାଜସ୍ଥାନରେ ବଜ୍ରପାତ ନେଲା ୨୦ଜୀବନ: ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ, ଦିଆଯିବ ୫ଲକ୍ଷ ଟଙ୍କାର କ୍ଷତିପୂରଣ

Advertisment
ରାଜସ୍ଥାନରେ ବଜ୍ରପାତ ନେଲା ୨୦ଜୀବନ: ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ, ଦିଆଯିବ ୫ଲକ୍ଷ ଟଙ୍କାର କ୍ଷତିପୂରଣ

indiatoday.in

ଜୟପୁର: ରବିବାର ଦିନ ରାଜସ୍ଥାନର ଅନେକ ଜିଲ୍ଲାରେ ବଜ୍ରପାତ ଯୋଗୁଁ ଅତି କମରେ ୨୦ ଜଣଙ୍କ ମୃତ୍ୟୁ ହୋଇଛି | ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଟୁଇଟ କରି ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣାରେ ଆହୁରି ୧୦ ରୁ ଅଧିକ ଲୋକ ଆହତ ହୋଇଥିବା ଜଣାଯାଇଛି।

ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି ଯେ, "ରାଜସ୍ଥାନର କିଛି ଅଞ୍ଚଳରେ ବଜ୍ରପାତ ଯୋଗୁଁ ଅନେକ ଲୋକ ପ୍ରାଣ ହରାଇଛନ୍ତି। ଏହା ଅତ୍ୟନ୍ତ ଦୁଃଖଦାୟକ। ମୁଁ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଉଛି। "

ଏହି ସମୟରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ୍ ବଜ୍ରପାତରେ ପ୍ରାଣ ହରାଇଥିବା ପ୍ରତ୍ୟେକ ପରିବାର ସଦସ୍ୟଙ୍କ ପାଇଁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ଜରୁରୀକାଳୀନ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଏବଂ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (ସିଏମଆରଏଫ) ରୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି।

ମୃତକଙ୍କ ମଧ୍ୟରେ ୧୧ ଜଣ ଜୟପୁରରୁ, ଢ଼ୋଲପୁରରୁ ତିନି ଜଣ, କୋଟାରୁ ଚାରି ଜଣ, ଝାଲାୱାର ଏବଂ ବାରନରୁ ଜଣେ ଲେଖାଏଁ ରହିଛନ୍ତି । ରବିବାର ଦିନ ମୋଟ ୧୭ ଜଣ ଆହତ ହୋଇଥିବା ଜଣାଯାଇଛି। ପୁଲିସ ଏବଂ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏସଡିଆରଏଫ) ର ମିଳିତ ଦଳ ସେମାନଙ୍କୁ ଉଦ୍ଧାର କରିଥିଲେ। ଆହତମାନଙ୍କୁ ଜୟପୁରର ସାୱାଇ ମନ୍ ସିଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe