ନୂଆଦିଲ୍ଲୀ: ଅଗଷ୍ଟ ୧୮ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା କଥା ଆଜି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।
ଜାରି କରିଥିବା ସତର୍କ ସୂଚନାରେ ଭାରତୀୟ ପାଣିପାଗ ବିଭାଗ କହିଛି, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ସଂଲଗ୍ନ ଅଞ୍ଚଳରର ୪.୫ ଓ ୭.୬ କିଲୋମିଟର୍ ଉଚ୍ଚରେ ଏକ ଘୂର୍ଣ୍ଣିବଳୟ ସମୁଦ୍ରପତ୍ତନ ହିସାବରେ ଦକ୍ଷିଣଆଡ଼କୁ ଅଣେଇ ହୋଇ ରହିଛି। ଏହାର ପ୍ରଭାବରେ ଅଗଷ୍ଟ ୧୮ ତାରିଖ ଶୁକ୍ରବାର ଆଡ଼କୁ ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/08/c573c33b-501f-4d4d-988e-fd2bdb71c693.jpg)