ଶୁକ୍ରବାର ସଂଧ୍ୟା ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ, ୨୫ରୁ ବର୍ଷା

ଭୁବନେଶ୍ବର : ମିଆଁମାର ଓ ନିକଟବର୍ତ୍ତୀ ମର୍ତାବାନ ଉପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟାରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ  ପହଞ୍ଚିବ  ଓ ୨୪ ତାରିଖ ସଂଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ  । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଏହି ଲଘୁଚାପ ପ୍ରଭାବରେ ୨୫ ତାରିଖଠାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲା ବିଶେଷକରି ବାଲେଶ୍ବର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୨୫ ଓ ୨୬ ତାରିଖରେ ମତ୍ସଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

 

ସମ୍ବନ୍ଧିତ ଖବର