୨୧ରେ ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶା ସମେତ ୬ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୨୧ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ସେହିପରି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ମଧ୍ୟ ଏହି ଲଘୁଚାପ ସୃଷ୍ଟି ହେବା ସମ୍ପର୍କରେ ସ୍ପଷ୍ଟ କରିଛି ।

ସ୍କାଏମେଟ ରିପୋର୍ଟରେ କୁହାଯାଇଛି ଯେ ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର, ନିକଟବର୍ତ୍ତୀ ବାଂଲାଦେଶ ଓ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୧ ତାରିଖ ବେଳକୁ ଏହା ଆହୁରି ଘନୀଭୂତ ହୋଇ ଏକ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ପଶ୍ଚିମବଙ୍ଗ, ଓଡ଼ିଶା ଓ ଝାଡଖଣ୍ଡରେ ପ୍ରବଳ ବର୍ଷା ହେବ । ପରବର୍ତ୍ତୀ ଦୁଇଦିନରେ ଏହା ପଶ୍ଚିମ ଦିଗରେ ଗତି କରିବ ଓ ଛତିଶଗଡ, ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରେ ପ୍ରବଳ ବର୍ଷା କରାଇବ ।

ଗୁରୁତ୍ବପୂର୍ଣ୍ଣ କଥା ହେଉଛି ଏହି ଲଘୁଚାପ ସୃଷ୍ଟି ହେବା ପରେ ଦେଶରେ ଦୁର୍ବଳ ହୋଇଯାଇଥିବା ମୌସୁମୀ ପୁଣି ସକ୍ରିୟ ହୋଇଯିବ । ଏହାର ପ୍ରଭାବରେ ଦିଲ୍ଲୀ, ଉତ୍ତରପ୍ରଦେଶ, ହରିୟାଣା ଆଦି ରାଜ୍ୟରେ ବର୍ଷା ହେବ ବୋଲି ସ୍କାଏମେଟ୍ କହିଛି ।

ସମ୍ବନ୍ଧିତ ଖବର