୧୫୦ତମ ଗାନ୍ଧୀ ଜୟନ୍ତୀ, ମୁକ୍ତ ହେଲେ ୬୧୧ କଏଦୀ

ନୂଆଦିଲ୍ଲୀ: ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଚଳିତ ସପ୍ତାହରେ ୬୧୧ ଜଣ କଏଦୀଙ୍କୁ ଜେଲ୍‌ରୁ ମୁକ୍ତ କରାଯାଇଛି। କେନ୍ଦ୍ର ସରକାରଙ୍କ ଦ୍ବାରା ଆରମ୍ଭ ହୋଇଥିବା ସ୍ବତନ୍ତ୍ର କ୍ଷମା ଯୋଜନା ଅଧୀନରେ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ପ୍ରାୟ ୬୧୧ ଜଣ କଏଦୀଙ୍କୁ ଜେଲ୍‌ରୁ ମୁକ୍ତ କରାଯାଇଛି। ତେବେ ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ୨୦୧୮ ମସିହାରୁ କେନ୍ଦ୍ର ସରକାରଙ୍କ ଦ୍ବାରା ଆରମ୍ଭ ହୋଇଥିବା ଏହି ଯୋଜନା ଅଧୀନରେ ଏଯାବତ୍‌ ୨, ୦୩୫ ଜଣ ମୁକ୍ତ ହୋଇଛନ୍ତି।

ସମ୍ବନ୍ଧିତ ଖବର