ବମ୍ବେ ହାଇକୋର୍ଟ ସିବିଆଇକୁ ତଦନ୍ତ ନିର୍ଦ୍ଦେଶ ଦେବା ପରେ ନିଜ ପଦରୁ ଇସ୍ତଫା ଦେଲେ ଗୃହମନ୍ତ୍ରୀ ଅନୀଲ ଦେଶମୁଖ

Advertisment
ବମ୍ବେ ହାଇକୋର୍ଟ ସିବିଆଇକୁ ତଦନ୍ତ ନିର୍ଦ୍ଦେଶ ଦେବା ପରେ ନିଜ ପଦରୁ ଇସ୍ତଫା ଦେଲେ ଗୃହମନ୍ତ୍ରୀ ଅନୀଲ ଦେଶମୁଖ

indiatoday

ମୁମ୍ବାଇ: ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ ଆଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ଅନୀଲଙ୍କ ନାମରେ ଥିବା ଅଭିଯୋଗର ଶୁଣାଣି କରି ବମ୍ବେ ହାଇକୋର୍ଟ ସିବିଆଇକୁ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ନିର୍ଦ୍ଦେଶ ଆସିବାର କିଛି ସମୟ ମଧ୍ୟରେ ଅନୀଲ ଦେଶମୁଖ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଦେଖା କରିଥିଲେ । ସେଠାରୁ ଫେରି ସେ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ପଠାଇଥିବା ଜଣାପଡ଼ିଛି।

ଉଲ୍ଲେଖଯୋଗ୍ୟ, ମୁମ୍ବାଇର ପୂର୍ବତନ ପୁଲିସ କମିଶନର ପରମବୀର ସିଂ ଅନୀଲଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ କି ଅନୀଲ ତାଙ୍କୁ ଏବଂ ଗିରଫ ହୋଇଥିବା ଏନକାଉଣ୍ଟର ସ୍ପେଶାଲିଷ୍ଟ ସଚିନ ଭାଜେଙ୍କୁ ପ୍ରତିମାସ ୧୦୦ କୋଟି ଟଙ୍କା ଚାନ୍ଦା ଆଦାୟ କରିବାକୁ ଚାପ ପକାଉଥିଲେ । ଏନେଇ ପରମବୀର ସିଂ ହାଇକୋର୍ଟରେ ମାମଲା ଦାୟର କରିଥିଲେ । ଏହି ମାମଲାର ଶୁଣାଣି କରି ବମ୍ବେ ହାଇକୋର୍ଟ ଆଜି ପ୍ରାଥମିକ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପଟେ ଏଠି ପ୍ରଶ୍ନ ଉଠୁଛି କି ସେ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇଛନ୍ତି ନା ଚାପରେ ପଡି ଇସ୍ତଫା ଦେଇଛନ୍ତି ।

ଅନୀଲଙ୍କ ଇସ୍ତଫା ପରେ ମହାରାଷ୍ଟ୍ର ସରକାର ତିଷ୍ଟି ରହିବା ନେଇ ସନ୍ଦେହ ପ୍ରକାଶ ପାଇଛି । କାରଣ କଂଗ୍ରେସ, ଏନସିପି ଓ ଶିବସେନାର ମିଳିତ ଗଠବନ୍ଧନରେ ମହାରାଷ୍ଟ୍ରର ସରକାର ଗଠନ ହୋଇଥିଲା । ଅନୀଲଙ୍କ ନାମରେ ଏଭଳି ଅଭିଯୋଗ ଆସିବା ପରେ କଂଗ୍ରେସ ଅନୀଲଙ୍କ ବିରୋଧରେ ଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe