ସର୍ବାଧିକ ଆକ୍ରାନ୍ତ ୧୨ଟି ରାଜ୍ୟକୁ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ୍ ଯୋଗାଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ: କରୋନା ଦ୍ୱିତୀୟ ଲହରରେ ସଂକ୍ରମିତଙ୍କ ଚିକିତ୍ସା ପାଇଁ ମୁଖ୍ୟ ବାଧକ ସାଜିଛି ଅମ୍ଲଜାନ (ଅକ୍ସିଜେନ)ର ଅଭାବ। ଦୈନିକ ଅକ୍ସିଜେନ୍ ଅଭାବରୁ କରୋନା ସଂକ୍ରମିତଙ୍କ ମୃତ୍ୟୁ ନେଇ ଖବର ଆସିବା ପରେ ଆଜି ଏ ସମସ୍ୟାର ସମାଧାନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ସମୀକ୍ଷା ବୈଠକରେ ସର୍ବାଧିକ ଆକ୍ରାନ୍ତ ୧୨ଟି ରାଜ୍ୟକୁ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ ଯୋଗାଣ ଉପରେ ଗୁରୁତ୍ୱାରୋପ କରିଛନ୍ତି ପ୍ରଧାନମନ୍ତ୍ରୀ । ଅଧିକ ସଂକ୍ରମିତ ୧୨ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଜିଲ୍ଲାଗୁଡିକର ସ୍ଥିତି ନେଇ ମୋଦୀଙ୍କୁ ଅବଗତ କରାଯାଇଥିଲା।

ତେବେ ଅମ୍ଳଜାନ ପ୍ରସ୍ତୁତ କରୁଥିବା ବିଭିନ୍ନ ପ୍ଲାଣ୍ଟ ନିଜ କ୍ଷମତା ଅନୁସାରେ ଅମ୍ଳଜାନ ଉତ୍ପାଦନ ବୃଦ୍ଧି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଏହାସହ ସାରା ଦେଶରେ ଅକ୍ସିଜେନ ସିଲିଣ୍ଡରଗୁଡିକୁ ନେଇ ଯାଉଥିବା ଗାଡିଗୁଡିକ କିପରି  ବିନା ବାଧାରେ ଯାତାୟତ କରିପାରିବ ସେଥିପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସେ । ଏହାସହ ବିଦେଶରୁ ୫୦ ହଜାର ମେଟ୍ରିକ୍ ଟନ ମେଡିକାଲ ଅକ୍ସିଜେନ କେନ୍ଦ୍ର ସରକାର ଆମଦାନି କରିବେ ବୋଲି ସୂଚନା ମିଳିଛି।

ସମ୍ବନ୍ଧିତ ଖବର